Ads

ଭୁବନେଶ୍ବର: ଆସନ୍ତାକାଲି ଠାରୁ ଖରା ଛୁଟି ଘୋଷଣା। ଅପ୍ରେଲ ୨୧ ତାରିଖ ଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଓ ଅଙ୍ଗନବାଡୀ କେନ୍ଦ୍ର ବନ୍ଦ ରହିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ହିଁ ସ୍କୁଲ ଗୁଡିକ ଖୋଲାଯିବ। ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟାଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। 
Previous Post Next Post

ADS