Ads

ବୌଦ୍ଧ: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପିତାମହୁଲ ବାଇପାସ୍ ଛକ ନିକଟରେ ଆଜି ଭୋର ସକାଳ ସମୟ ସୁବଳୟା ପୋଲିସ ପେଟ୍ରୋଲିଂ ଗାଡ଼ି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ବରଗଛକୁ ଧକ୍କା ହୋଇ ଦୁର୍ଘଟଣା ଘଟିଥିଲା। ଏଥିରେ ଜଣେ ଅଧିକାରୀ ଗୁରୁତର ଆହତ ହେବା ସହ ଆଉ ଜଣେ ଅଧିକାରୀଙ୍କ ସହ ୩ ଗୃହରକ୍ଷୀ ଆହତ ହୋଇଥିବା ଜଣାଯାଇଛି। ସ୍ଥାନୀୟ ଲୋକେ ସମସ୍ତ ଗୁରୁତର ଆହତଙ୍କୁ  ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ଜଣାଯାଇଛି। ବୀରମହାରାଜପୁର ଉପଖଣ୍ଡ ପୋଲିସ ଅଧିକାରୀ ଡୋଲାମଣି ଭୋଇ ଓ ସୁବଳୟା ଥାନା ଅଧିକାରୀ ଅଞ୍ଜଳି କୁମ୍ଭାର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି ।
Previous Post Next Post

ADS