ବୌଦ୍ଧ:- ବୌଦ୍ଧ କଚେରୀ ପଡିଆ ଠାରେ ଗୁରୁବାର ସନ୍ଧ୍ୟାରେ ବୌଦ୍ଧ ମହୋତ୍ସବ, ପଲ୍ଲିଶ୍ରୀମେଳା ଉଦଘାଟିତ ହୋଇଯାଇଛି I ବୌଦ୍ଧ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ବିଧାୟକ ତଥା ମୁଖ୍ୟ ସଚେତକ ଶ୍ରୀଯୁକ୍ତ ସରୋଜ କୁମାର ପ୍ରଧାନ ଏବଂ ସମ୍ମାନୀତ ଅତିଥି ଭାବେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଦିଗପହଣ୍ଡି ବିଧାୟକ ତଥା ଚଳଚ୍ଚିତ୍ର ଅଭିନେତା ସିଦ୍ଧାନ୍ତ ମହାପାତ୍ର, ଜ଼ିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ପ୍ରଭାସିନୀ ଦାସ, ଆରକ୍ଷୀ ଅଧୀକ୍ଷକ ନାଗରାଜ ଦେବରକୋଣ୍ଡା ପ୍ରମୁଖ ମଞ୍ଚଶୀନ ଥିଲେ I ଉପ -ଜ଼ିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସନା ସ୍ୱାଗତ ଭାଷଣ ଦେଇଥିବା ବେଳେ ଡେପୁଟି କଲେକ୍ଟର ତୃପ୍ତିମୟୀ ଜେନା ଧନ୍ୟବାଦ ଜ୍ଞାପନ କରିଥିଲେ l ଏହି ଅବସରରେ ବୌଦ୍ଧ, ହରଭଙ୍ଗା ଓ କଣ୍ଟାମାଳ ବ୍ଲକରୁ ସାଂସ୍କୃତିକ ଦଳ ସହ ମଶାଲ ଶୋଭାଯାତ୍ରା ଆସି ବୌଦ୍ଧ ବୁଦ୍ଧ ମନ୍ଦିର ଠାରେ ପହଞ୍ଚିବା ପରେ ପୂଜାର୍ଚ୍ଚନା କରାଯାଇଥିଲା । ସେଠାରୁ ଏକ ବିରାଟ ମଶାଲ ଶୋଭାଯାତ୍ରା ରେ କଳାକାର ମାନଙ୍କ ର ଏକ ବିରାଟ ପଟୁଆର ବାହାରି ସହର ପରିକ୍ରମା କରି ମହୋତ୍ସବ ପଡିଆରେ ପହଞ୍ଚିଥିଲେ I